କାଲିଫର୍ଣ୍ଣିଆ ଏବଂ ଫ୍ଲୋରିଡାରେ ଗୁଳିକାଣ୍ଡ, ପରିବାରର ୬ ମୃତ

କାଲିଫର୍ଣ୍ଣିଆ: ଆମେରିକାର କାଲିଫର୍ଣ୍ଣିଆ ଏବଂ ଫ୍ଲୋରିଡାରେ ବନ୍ଧୁକଧାରୀମାନେ ଘରେ ପଶି ଗୁଳିମାଡ କରିବାରୁ ଜଣେ ପିଲା ସମେତ ୬ ଜଣଙ୍କର ମୃତ୍ୟୁ ଘଟିଛି। ଘଟଣାରେ ୮ ଜଣ ଆହତ ହୋଇଛନ୍ତି। ଏହି ଗୁଳିମାଡ ପରେ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଖେଳି ଯାଇଛି।

ସୂଚନା ମୁତାବକ, ସୋମବାର ରାତି ୩.୩୦ ମିନିଟ୍‌ରେ ଏହି ଗୁଳିକାଣ୍ଡ ଘଟିଛି। ଭିସାଲିଆର ପୂର୍ବରେ ଥିବା ଗୋସେନ ଅଞ୍ଚଳରେ ଅତି କମରେ ଦୁଇ ଜଣ ବନ୍ଧୁକଧାରୀ ଏହି ଗୁଳିକାଣ୍ଡ ଘଟାଇଥିବା ସୂଚନା ମିଳିଛି। କାଲିଫର୍ଣ୍ଣିଆରେ ହୋଇଥିବା ଗୁଳିକାଣ୍ଡରେ ଜଣେ ୧୭ ବର୍ଷୀୟ ମା ସହିତ ତାଙ୍କର ୬ ମାସର ଶିଶୁକୁ ମଧ୍ୟ ଗୁଳିକରି ହତ୍ୟା କରାଯାଇଛି । ଦୁର୍ବୃତ୍ତମାନେ ଗୋଟିଏ ପରିବାରର ୬ ଜଣଙ୍କୁ ହତ୍ୟା କରିଛନ୍ତି। ଘର ସାମ୍ନାରୁ ଦୁଇଜଣଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ଘର ଭିତରୁ ପ୍ରାୟ ୩ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ଅତି ସଂକଟାପନ୍ନ ଅବସ୍ଥାରେ ଆଉ ଜଣଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।

ସେହିପରି ଆମେରିକାର ଫ୍ଲୋରିଡାରେ ମାର୍ଟିନ ଲୁଥର କିଙ୍ଗ ଦିବସ ସେଲିବ୍ରେସନ କରୁଥିବା ସମୟରେ ଗୁଳିକାଣ୍ଡ ହୋଇଛି। ଏହି ଘଟଣାରେ ୩୦ ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କୁ ହସପିଟାଲରେ ଭର୍ତ୍ତି କରାଯାଇଛି ।

Leave A Reply

Your email address will not be published.