ରାଜ୍ୟର ମାଧ୍ୟମିକ ବିଦ୍ୟାଳୟ ଗୁଡିକରେ ଏଇମାସ ଶେଷସୁଦ୍ଧା 11 ହଜାର ଶିକ୍ଷକଙ୍କୁ ଚାକିରୀ ଦିଆଯିବ ବୋଲି ଘୋଷଣା କରିଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ନିଯୁକ୍ତି କାର୍ଯ୍ୟ ତ୍ୱରାନ୍ୱିତ କରିବା ପାଇଁ ମାଧ୍ୟମିକ ଶିକ୍ଷା ନିର୍ଦେଶକଙ୍କୁ ଦାୟିତ୍ୱ ଦିଆଯାଇଛି ବୋଲି ମନ୍ତ୍ରୀ କହିଛନ୍ତି । ଶ୍ରୀ ଦାଶ ଆହୁରି ମଧ୍ୟ କହିଛନ୍ତି ଯେ ଓଡିଶା ଆଦର୍ଶ ବିଦ୍ୟାଳୟ ଗୁଡିକରେ 17ଶହ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ ।