ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଡିହପଢାଳର ୩୩ ତମ ବାର୍ଷିକ ଉତ୍ସବ ପାଳିତ

ଭଞ୍ଜନଗର (ଆଶିଷ କୁମାର ଗୌଡ଼) : ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଡିହପଢାଳର ୩୩ ତମ ବାର୍ଷିକ ଉତ୍ସବ ଡ଼.ପ୍ରଦୀପ କୁମାର ପଟ୍ଟନାୟକଙ୍କ ସଭାପତିତ୍ୱରେ ପାଳିତ ହୋଇଯାଇଛି । ମୁଖ୍ୟ ଅତିଥି ରୂପେ ଭଞ୍ଜନଗର ଉପ ଜିଲ୍ଲାପାଳ ଶ୍ରୀଯୁକ୍ତ ଜ୍ୟୋତି ଶଙ୍କର ରାୟ ଯୋଗଦେଇ ଉଦ୍ଘାଟନ କରିଥିବା ବେଳେ ସମ୍ମାନୀତ ଅତିଥି ରୂପେ ଭଞ୍ଜନଗର ଆଞ୍ଚଳିକ ପରିବହନ ଅଧିକାରୀ ଶୁଭେନ୍ଦୁ ରଞ୍ଜନ ରାୟ ,ଉପଖଣ୍ଡ ସୂଚନା ଲୋକ ସମ୍ପର୍କ ଅଧିକାରୀ ଶ୍ରୀଯୁକ୍ତ ଗୌରୀ ଶଙ୍କର ଶତପଥି , ମୁଖ୍ୟ ବକ୍ତା ରୂପେ ବ୍ରହ୍ମପୁର ଗଜପତି ନଗର ଶିଶୁ ବିଦ୍ୟା ମନ୍ଦିର ସଭାପତି ଶ୍ରୀଯୁକ୍ତ ରାମ ପ୍ରସାଦ ପଟ୍ଟନାୟକ ଯୋଗଦେଇଥିଲେ । ସ୍ୱାଗତ ଭାଷଣ ସମ୍ପାଦକ ପଦ୍ମନାଭ ପ୍ରଧାନ ପ୍ରଦାନ କରିଥିବା ବେଳେ ବାର୍ଷିକ ବିବରଣୀ ପଠନ କରିଥିଲେ ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ଶିଶିର କୁମାର ମହାପାତ୍ର । ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତାରେ ସଫଳତା ଅର୍ଜନ କରିଥିବା ଛାତ୍ର ଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା । ପରିଶେଷରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । କାର୍ଯ୍ୟକ୍ରମ ପରିଚାଳନାରେ ସମସ୍ତ ଗୁରୁଜୀ ଗୁରୁମା ସହଯୋଗ କରିଥିଲେ ।

Leave A Reply

Your email address will not be published.