ରାଜ୍ୟରେ ଧୀରେ ଧୀରେ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି, ଗତ ୨୪ ଘଣ୍ଟାରେ ୩୪୬ ଜଣ କୋଭିଡ ପଜିଟିଭ ଚିହ୍ନଟ ହୋଇଥିବା ସରକାରଙ୍କ ସୂଚନା ଓ ଲୋକ ସଂପର୍କ ବିଭାଗ ସୂତ୍ରରୁ ଜଣାଯାଇଛି। ଆକ୍ରାନ୍ତଙ୍କ ମଧ୍ୟରେ ଖୋରଧା ଜିଲ୍ଲାରୁ ସର୍ବାଧିକ ୧୮୯ ହୋଇଥିବା ବେଳେ ତା ପଛକୁ ରହିଛି କଟକ ଜିଲ୍ଲା, ଏଠାରୁ ୫୧ ଜଣ କୋଭିଡ-ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଭୁବନେଶ୍ୱର ଓ କଟକରେ ସରକାର ମାସ୍କ ବ୍ୟବହାରକୁ ବାଧ୍ୟତାମୂଳକ ଘୋଷଣା କରିଛନ୍ତି।