ରାଜ୍ୟରେ ନବୀନ ପଟ୍ଟନାୟକଙ୍କ ବିଜେଡି ସରକାରକୁ ଓଡିଶା ବିଜେପିର ରାଜ୍ୟ ନେତାମାନେ କଠୋର ସମାଲୋଚନା କରୁଥିବା ବେଳେ ବିଜେପି ନେତୃତ୍ଵାଧୀନ କେନ୍ଦ୍ର ସରକାର ଓଡିଶାକୁ ଆପଦା ପ୍ରବନ୍ଧନ ପୁରସ୍କାର ପ୍ରଦାନ କରି ପ୍ରଶଂସା କରିଛନ୍ତି। ୨୦୨୩ ବର୍ଷ ନିମନ୍ତେ ବିପର୍ଯ୍ୟୟ ପରିଚାଳନା ପାଇଁ ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତୃପକ୍ଷ ଓସଡମାକୁ ମିଳିଛି ‘ସୁଭାଷ ଚନ୍ଦ୍ର ବୋଷ ଆପଦା ପ୍ରବନ୍ଧନ ପୁରସ୍କାର’ ! ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଠାରୁ ଏହି ପୁରସ୍କାର ଏହି ପୁରସ୍କାର ଗ୍ରହଣ କରିଛନ୍ତି ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକ । ଏହି ଅବସରରେ ଓଡ଼ିଶାର ବିପର୍ଯ୍ୟୟ ପରିଚାଳନାକୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି।
ରାଜଧାନୀ ଦିଲ୍ଲୀର ବିଜ୍ଞାନ ଭବନଠାରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ପୁରସ୍କାର ପ୍ରଦାନ କରିଛନ୍ତି । ପୁରସ୍କାର ବାବଦକୁ ୫୧ ଲକ୍ଷ ଟଙ୍କାର ଅର୍ଥରାଶି ସହିତ ଯୋଗ୍ଯତା ପ୍ରମାଣପତ୍ର ପ୍ରଦାନ କରାଯାଇଛି । ପୁରସ୍କାର ପ୍ରଦାନ ଉତ୍ସବରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ଓ ଓସଡମା ପରିଚାଳନା ନିର୍ଦ୍ଦେଶକ ନିକୁଞ୍ଜ ବିହାରୀ ଧଳ ଉପସ୍ଥିତ ଥିଲେ। ଏହି ଅବସରରେ ଓଡ଼ିଶାର ବିପର୍ଯ୍ୟୟ ପରିଚାଳନାକୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ ।