ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର : ଦୁଇଦିନିଆ ଗସ୍ତରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆସି ସେ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ନିର୍ଦ୍ଧାରିତ ସମୟର ୧୫ ମିନିଟ ପୂର୍ବରୁ ରାଷ୍ଟ୍ରପତି ବିମାନ ବନ୍ଦରରେ ପହଞ୍ଚଥିଲେ । ବିମାନ ବନ୍ଦରରେ ତାଙ୍କୁ ସ୍ୱାଗତ କରିବା ପାଇଁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଭୁବନେଶ୍ୱର ମେୟର ସୁଲୋଚନା ଦାସ ଉପସ୍ଥିତ ଥିଲେ।

ବିମାନବନ୍ଦରରୁ ବାହାରି ରାଷ୍ଟ୍ରପତି ଉତ୍କଳ ମଣ୍ଡପରେ ଅନୁଷ୍ଠିତ ଜ୍ଞାନପ୍ରଭା ମିସନର ପ୍ରତିଷ୍ଠା ଦିବସରେ ଯୋଗ ଦେଇଛନ୍ତି। ଅପରାହ୍‌ଣ ୪ଟା ୫ରେ ସେ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଦ୍ୱିତୀୟ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ। ରାଜଧାନୀରେ ଏବେ ସୁରକ୍ଷା ଦାୟିତ୍ୱରେ ମୋଟ ୪୦ ପ୍ଲାଟୁନ ଫୋର୍ସ ଓ ୨ ଶହ ଅଫିସର ଅଛନ୍ତି। ବ୍ଲୁ ବୁକ୍‌ ଅନୁସାରେ ସୁରକ୍ଷା ବନ୍ଦୋବସ୍ତ କରାଯାଇଛି।
ଆସନ୍ତାକାଲି ଦ୍ରୌପଦୀ ମୁର୍ମୁ ଲିଙ୍ଗରାଜ ମନ୍ଦିର ଯିବେ। ଏହାସହ କଟକ ବିଦ୍ୟାଧରପୁରସ୍ଥିତ ଜାତୀୟ ଧାନ ଗବେଷଣା ପ୍ରତିଷ୍ଠାନ-NRRIରେ ଦ୍ୱିତୀୟ ରାଇସ କଂଗ୍ରେସରେ ମୁଖ୍ୟ ଅତିଥି ଭାବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗ ଦେବେ।

Leave A Reply

Your email address will not be published.