ଆଜି ଶ୍ରୀଲଙ୍କାର ନୂତନ ପ୍ରଧାନମନ୍ତ୍ରୀ ଭାବରେ ଦୀନେଶ ଗୁନାୱାର୍ଡେନା ଶପଥ ଗ୍ରହଣ କରିଛନ୍ତି। ପୂର୍ବରୁ ୬ ଥର ଦେଶର ପ୍ରଧାନମନ୍ତ୍ରୀ ଥିବା ରାନିଲ ୱିକ୍ରେମିସିଂଘେ ଶ୍ରୀଲଙ୍କାର ନୂଆ ରାଷ୍ଟ୍ରପତି ହେବାର ଦିନକ ପରେ ଗୁନାୱାର୍ଡେନାଙ୍କୂ ପ୍ରଧାନମନ୍ତ୍ରୀ ଭାବେ ନିଯୁକ୍ତ କରାଯାଇଛି । ୭୩ ବର୍ଷୀୟ ଗୁନାୱାର୍ଡେନା ପୂର୍ବରୁ ଦେଶର ଗୃହମନ୍ତ୍ରୀ, ବୈଦେଶିକ ମନ୍ତ୍ରୀ ଓ ଶିକ୍ଷା ମନ୍ତ୍ରୀ ଭାବରେ କାର୍ଯ୍ୟ କରିଛନ୍ତି ।